ରାଜ୍ୟରେ ଆଜି ୬୫ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୯/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୫ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୧୪, ସୁନ୍ଦରଗଡ଼ ୧୦, ଅନୁଗୁଳ ୯, ଢେଙ୍କାନାଳ ୮, ଝାରସୁଗୁଡ଼ାରୁ ୫ , ପୁରୀ, ବରଗଡ଼ ଓ ସମ୍ବଲପୁରରୁ ୪ ,ଭଦ୍ରକ, କଟକ, ଜଗତସିଂହପୁର, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ  ଜଣେ ଲେଖାଏଁ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି।