ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା, ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦/୭: ଆନ୍ଧ୍ରପ୍ରଦେଶର ଗୁଣଟୁର ଚିଙ୍ଗୁଡ଼ି ଫ୍ଯାକ୍ଟ୍ରିରେ ଅଘଟଣ ଘଟିଥିଲା। ସେଠାକୁ କାମ କରିବାକୁ ଯାଇ ଗୁଣପୁରର ୬ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଉଲ୍ଲେଖଯୋଗ୍ୟ ଯେ ଗତକାଲି ରାତିରେ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ୨୫ରୁ ୩୦ ଜଣ ଶ୍ରମିକ ଶୋଇଥିଲେ। ଏହି ସମୟରେ ସର୍ଟ ସର୍କିଟ୍ ଯୋଗୁ ଫ୍ୟାକ୍ଟ୍ରି ପରିସରରେ ଥିବା କିଛି ବର୍ଜ୍ୟବସ୍ତୁ ଜଳି ଯାଇଥିଲା। ଏହାର ପ୍ରଭାବରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।