କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର, ୩୧/୭: ଓଡିଶାକୁ ସାର ଯୋଗାଣ ନେଇ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ, ଜୁନ୍ ଓ ଜୁଲାଇ ମାସରେ କମ୍ ସାର ଯୋଗାଣ ହୋଇଛି । ତୁରନ୍ତ ରାଜ୍ୟକୁ ଅଧିକ ସାର ଯୋଗାଇବାକୁ  ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଖରିଫ ଋତୁ ସମୟରେ ମାତ୍ର ୧,୪୫,୧୪୫ ମେଟ୍ରିକ୍ ଟନ୍ ସାର ମିଳିଛି ।

ଉଲ୍ଲେଖ ଯୋଗ୍ୟ ଯେ ଆବଶ୍ୟକ ଚାହିଦାର ମାତ୍ର ୬୨ % ୟୁରିଆ କେନ୍ଦ୍ର ଦେଇଛି । ଅନ୍ୟ ସାର ମାତ୍ର ୬୦ ରୁ ୭୨% ମିଳିଥିବା ଚିଠିରେ ଉଲ୍ଲେଖ ରହିଛି। ବାତ୍ୟା ୟାସ୍ ପାଇଁ ରାଜ୍ୟର ଚାଷୀ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି । ଉତ୍ପାଦନ ବଢାଇବା ପାଇଁ ଚାଷୀଙ୍କୁ ସାରର ଆବଶ୍ୟକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ କହିଛନ୍ତି।