ରାଜ୍ୟରେ ୨୪ ଘଣ୍ଟାରେ ୬୪ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୧/୮: ରାଜ୍ୟରେ ଆଜି ଆଉ ୬୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଭଦ୍ରକ, କଟକ ଓ ଖୋର୍ଦ୍ଧା ରୁ ୮ ଲେଖାଏଁ , ପୁରୀ ଓ ସୁନ୍ଦରଗଡାରୁ ୭, କେନ୍ଦ୍ରାପଡ଼ାରୁ ୪, ଢେଙ୍କାନାଳ ଓ ନୟାଗଡ ରୁ ୩ , ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡା, ମୟୁରଭଞ୍ଜରୁ ୨ ଲେଖାଏଁ , ଗଂଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ, ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।