ଦେଶରେ ୨୪ ଘଣ୍ଟା ଭିତରେ ୪୧,୬୪୯ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧/୮: ଦେଶରେ ଗତ ୨୪ ଘଣ୍ଟା ଭିତରେ ୪୧,୮୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୬ ଲକ୍ଷ ୫୫ ହଜାର ୮୨୪ କୁ ବୃଦ୍ଧି ପାଇଛି । ସେହିପରି ଆଜି ୫୪୧ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୪ ହଜାର ୩୫୧ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୮,୨୦,୫୨୧ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୧୦,୯୫୨ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।