ରାଜ୍ୟରେ ଆଜି ୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୫୭ ଓ ସ୍ଥାନୀୟ ଅଞ୍ଚଳରୁ ୪୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୦,୮୬୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୬୦,୩୮୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪,୩୨୫ ଜଣ ଚିକିତ୍ସାଧୀନ ଅଛନ୍ତି।