ରାଜ୍ୟରେ ଆଜି ୧୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୪/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୩୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୬୨ ଓ ସ୍ଥାନୀୟ ଅଞ୍ଚଳରୁ ୫୫୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୨,୧୮୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୬୨,୦୮୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୩,୮୭୨ ଜଣ ଚିକିତ୍ସାଧୀନ ଅଛନ୍ତି।