ଟୋକିଓ ଅଲିମ୍ପିକ୍ସ: ଭାରତୀୟ ପୁରୁଷ ହକି ଟିମ୍ ଜିତିଲା ବ୍ରୋଞ୍ଜ ପଦକ

ନୂଆଦିଲ୍ଲୀ୫/୮: ବ୍ରୋଞ୍ଜ ପଦକ ପାଇଁ ଭାରତ ଜର୍ମାନୀ ମଧ୍ୟରେ କଡ଼ା ଟକ୍କର ହୋଇଥିଲା। କିନ୍ତୁ ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରି ଐତିହାସିକ ବିଜୟ କରିଛି ଭାରତ । ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଛି ପଦକ। ୧୯୮୦ ଅଲିମ୍ପିକ୍ସରେ ଶେଷ ଥର ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳ ଆଜି ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‌ କରି ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ୍‌, ହରମନପ୍ରୀତ୍ ସିଂହ ଓ ହାର୍ଦ୍ଦିକ ସିଂହ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ।