ଦେଶରେ ୨୪ ଘଣ୍ଟା ଭିତରେ ୪୨,୯୮୨ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୫/୮: ଦେଶରେ ଗତ ୨୪ ଘଣ୍ଟା ଭିତରେ ୪୨,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୧୨,୧୧୪କୁ ବୃଦ୍ଧି ପାଇଛି । ସେହିପରି ଆଜି ୫୩୩ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୬,୨୯୦ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯,୭୪,୭୪୮ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୧୧,୦୭୬ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।