ଦୁଗ୍ଧ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା

ଭୁବନେଶ୍ୱର, ୫/୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର  ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।