ଦେଶରେ ୨୪ ଘଣ୍ଟା ଭିତରେ ୩୯,୦୭୦ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ,୮/୮ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୩୯,୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୩୪ହଜାର ୪୫୫କୁ ବୃଦ୍ଧି ପାଇଛି । ସେହିପରି ଆଜି ୪୯୧ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୭ ହଜାର ୮୬୨ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୧୦ ଲକ୍ଷ ୯୯ ହଜାର ୭୭୧ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୨୭, ୮୬୨ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।