ରାଜ୍ୟରେ ୨୪ ଘଣ୍ଟାରେ ୬୬ ଜଣ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୯/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୬ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୫୦୧ କୁ ବୃଦ୍ଧି ପାଇଛି ।ଖୋର୍ଦ୍ଧାରୁ ୨୯, କଟକରୁ ୧୩, ସମ୍ବଲପୁରରୁ ୮, ବରଗଡ଼ରୁ ୭, ବଲାଙ୍ଗିରରୁ ୩, ନୂଆପଡ଼ାରୁ ୨, ଝାରସୁଗୁଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।