ରାଜ୍ୟରେ ୨୪ ଘଣ୍ଟାରେ ୬୪ ଜଣ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୧୦/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୫୬୫ କୁ ବୃଦ୍ଧି ପାଇଛି ।ଖୋର୍ଦ୍ଧାରୁ ସର୍ବାଧିକ ୨୦ ଜଣ , ସୁନ୍ଦରଗଡ଼ରୁ ୮, ବାଲେଶ୍ବରରୁ ୬, କନ୍ଧମାଳରୁ ୪, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼, ପୁରୀରୁ ୩, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ାରୁ ୨ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।