ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା!

ଭୁବନେଶ୍ୱର, ୧୧/୮: ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ହେବାରେ ଲାଗିଛି। ତେଣୁ ଆବଶ୍ୟକତା ଠାରୁ କମ ବର୍ଷା ହୋଇଛି। ଏହାରିମଧ୍ୟରେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ବଜ୍ରପାତ ନେଇ ୧୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ, କଟକ ଓ ଯାଜପୁର ।