ଭୁବନେଶ୍ୱର, ୧୪/୮: ରାଜ୍ୟରେ ମୌସୁମୀ ଦୁର୍ବଳ ହେବା କାରଣରୁ ବର୍ଷା ପରିମାଣ କମି ଯାଇଛି। କିନ୍ତୁ ସ୍ଥାନେ ସ୍ଥାନେ ଏବେ ବି ମଧ୍ୟ ବର୍ଷା ଜାରି ରହିଛି। ଏହାରିମଧ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ଏତଦ ବ୍ୟତୀତ ଅଗଷ୍ଟ ୧୬ରୁ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ଜଣାପଡିଛି।