ରାଜ୍ୟରେ ଦିନକରେ ଆଉ ୧୦୫୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୫/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୧୬ ଓ ସ୍ଥାନୀୟ ଅଞ୍ଚଳରୁ ୪୪୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୪,୫୬୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୭୭,୧୯୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦,୪୨୮ ଜଣ ଚିକିତ୍ସାଧୀନ ଅଛନ୍ତି।