ରାଜ୍ୟରେ ଆଜି ଆଉ ୬୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୫/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୮୭ କୁ ବୃଦ୍ଧି ପାଇଛି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୧୩ ଓ କଟକ ଜିଲ୍ଲାରୁ ୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୫, ସୁବର୍ଣ୍ଣପୁର ଜିଲ୍ଲାରୁ ୪, ପୁରୀ ରୁ ୨ , ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।