ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୧୭/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୧୪ , ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରୁ ୮ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜିଲ୍ଲାରୁ ୩ ଜଣ ଲେଖାଏଁ ଏବଂ ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।