ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର, ୫/୧୧(ଦି ପ୍ରଗତି ନ୍ୟୁଜ୍):ବିଜେଡିରୁ ନିଲମ୍ବିତ ହୋଇଛନ୍ତି ଜୀବନ ପ୍ରଦୀପ ଦାଶ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି। ତାଙ୍କ ନାମରେ ଉପନିର୍ବାଚନ ସମୟରେ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ ଆସିଥିଲା। ଏହା ପରେ ବିଜେଡି ସୁପ୍ରିମୋଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏନେଇ ସୂଚନା ଦେଇଛନ୍ତି।