ଅଲିମ୍ପିକ୍ସ ହକି ବିଜେତାଙ୍କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭/୮: ଅଲିମ୍ପିକ୍ସ ହକି ବିଜେତାଙ୍କୁ ସମ୍ବର୍ଦ୍ଧିତ କରିଛି ଓଡିଶା । ଲୋକସେବା ଭବନରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳକୁ ପୁରସ୍କାର ପ୍ରଦାନ କରିିିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଭାରତୀୟ ହକି ଦଳ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆଉ ୧୦ ବର୍ଷ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା ।

ହକି ଇଣ୍ଡିଆ ସଭାପତିଙ୍କୁ ୫୦ ଲକ୍ଷ ଟଙ୍କାର ଅର୍ଥରାଶି ପୁରସ୍କାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ସବିତା ପୁଣିଆଙ୍କୁ ୫ ଲକ୍ଷ, ଦୀପଗ୍ରେସ ଏକ୍କାଙ୍କୁ ୫ ଲକ୍ଷ, ସୁଶୀଳା ଚାନୁଙ୍କୁ ୫ ଲକ୍ଷ,  ରାଣୀ ରାମପାଲ ଓ ନବନିତ କୌରଙ୍କୁ ୫ ଲକ୍ଷ, ଗୁରଜିତ କୌର ଏବଂ ବନ୍ଦାଣ କାଟେରିଆଙ୍କୁ ସର୍ବାଧିକ ଗୋଲ ପାଇଁ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯାଇଛି ।

ସେହିପରି ଶ୍ରୀଜେସଙ୍କୁ ୫ ଲକ୍ଷ, ରୂପିନ୍ଦର ପାଲଙ୍କୁ ୫ଲକ୍ଷ, ହରମନ ପ୍ରୀତ ସିଂହଙ୍କୁ ସର୍ବାଧିକ ଗୋଲ ଓ ମିଡ ଫିଲଡ଼ରେ ଭଲ ପାଇଁ ୧୦ ଲକ୍ଷ ଓ ମିଡ ଫିଲ୍ଡରେ ଭଲ ପ୍ରଦର୍ଶନ ପାଇଁ ଅମିତ ରୋହି ଦାସଙ୍କୁ ୫ ଲକ୍ଷ ପ୍ରଦାନ କରାଯାଇଛି । ଏହାସହ ପ୍ରତ୍ୟେକ ମହିଳା ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ଦଳର ସହଯୋଗୀ କାର୍ଯ୍ୟକର୍ତ୍ତାଙ୍କୁ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯାଇଛି ।