ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୧୮/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୦୮୬କୁ ବୃଦ୍ଧି ପାଇଛି ।କଟକରୁ ୧୫, ଜଗତସିଂହପୁରରୁ ୧୧, କେନ୍ଦ୍ରାପଡ଼ାରୁ ୯,
ଢେଙ୍କାନାଳରୁ ୭, ଅନୁଗୁଳ ଓ ବାଲେଶ୍ବରରୁ ୫ ଲେଖାଏଁ, ଭଦ୍ରକ ଓ ମୟୂରଭଞ୍ଜରୁ ୩-୩, ପୁରୀରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

,