ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୯/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି । କଟକରୁ ୧୮, ଜଗତସିଂହପୁରରୁ ୧୦ ମୃତ, ଖୋର୍ଦ୍ଧାରୁ ୭, ଢେଙ୍କାନାଳରୁ ୬, ମୟୂରଭଞ୍ଜ ଓ ଭଦ୍ରକରୁ ୫ ଜଣ ଲେଖାଏଁ, ଅନୁଗୁଳରୁ ୪, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ ମୃତ, ଗଞ୍ଜାମରୁ ୨, ନୟାଗଡ଼ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।