ରାଜ୍ୟରେ ଦିନକରେ ଆଉ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୦/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୪୧୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୧୭୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୮୨,୩୧୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୯,୫୭୮ ଜଣ ଚିକିତ୍ସାଧୀନ ଅଛନ୍ତି।