କିପରି କଟିବ ଆଜି ଆପଣଙ୍କ ଦିନ: ୨୨/୦୮/୨୦୨୧

ମେଷ: ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ ।

ବୃଷ:ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ ।

ମିଥୁନ: ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

କର୍କଟ: ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ ।

ସିଂହ:ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

କନ୍ୟା: ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟୀ ମାନେ ଧନଲାଭ କରିବାର ସୁଯୋଗ ପାଇବେ ।

ତୁଳା:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ ।

ବିଛା:ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ।

ଧନୁ: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ ।

ମକର:ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ ।

କୁମ୍ଭ: ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ମୀନ:ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।