କିପରି କଟିବ ଆଜି ଆପଣଙ୍କ ଦିନ: ୨୩/୦୮/୨୦୨୧

ମେଷ:ସମସ୍ତ ଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ।

ବୃଷ: ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ ।

ମିଥୁନ:କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ ।

କର୍କଟ: ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ସିଂହ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

କନ୍ୟା: ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ।

ତୁଳା:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ବିଛା: ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ ।

ଧନୁ:  ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ ।

ମକର:ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ ।

କୁମ୍ଭ: ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯିବ ।

ମୀନ:ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।