ରାଜ୍ୟରେ ଦିନକରେ ଆଉ ୮୮୭ କରୋନା ଆକ୍ରାନ୍ତ ଚିହ୍ନଟ, ୦-୧୮ ବର୍ଷ ଭିତରେ ଅଛନ୍ତି ୧୩୧ ଜଣ

ଭୁବନେଶ୍ୱର, ୨୫/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୧୫ ଓ ସ୍ଥାନୀୟ ଅଞ୍ଚଳରୁ ୩୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୩୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୩,୨୧୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୮୭,୩୬୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮,୨୨୬ ଜଣ ଚିକିତ୍ସାଧୀନ ଅଛନ୍ତି।