ଗୋଟିଏ ଦିନରେ ୬୩,୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ଓ ୭୩୦ ମୃତ

ନୂଆଦିଲ୍ଲୀ, ୧୪ା୧୦: ଦେଶର କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୩,୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨,୩୯,୩୯୦କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୦,୫୮୬ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩,୦୧,୯୨୮ଜଣ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୮,୨୬, ୮୭୬ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।