ଦେଶରେ ଗତ ୨୪ ଘଣ୍ଟା ଭିତରେ ୪୬,୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୬/୮: ଦେଶରେ ଗତ ୨୪ ଘଣ୍ଟା ଭିତରେ ୪୬,୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୫୮,୫୩୦କୁ ବୃଦ୍ଧି ପାଇଛି । ସେହିପରି ଆଜି ୬୦୭ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୩୬,୩୬୫ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୧୭,୮୮,୪୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୩,୩୩,୭୨୫ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।