ରାଜ୍ୟରେ ଆଜି ଆଉ ୬୯ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୭/୮: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ମଧ୍ୟ ମୃତ୍ୟୁସଂଖ୍ୟା କମୁନି । ରାଜ୍ୟରେ ଆଜି ଆଉ ୬୯ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି ପାଇଛି । କଟକରୁ ୩୮, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬ ଆକ୍ରାନ୍ତ ମୃତ, ଯାଜପୁର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ୩ ଲେଖାଏଁ, ଅନୁଗୁଳ ଓ ନବରଙ୍ଗପୁରରୁ ୨-୨ ଆକ୍ରାନ୍ତ ମୃତ, ଭଦ୍ରକ, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।