ଦେଶରେ ୨୪ଘଣ୍ଟାରେ ୪୭,୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୬୭୦ ମୃତ

ନୂଆଦିଲ୍ଲୀ, ୬/୧୧: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୪୭,୬୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪,୧୧,୭୨୪ କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୨୪,୯୮୫ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୭,୬୫,୯୬୬ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୫,୨୦,୭୭୩ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।