ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର, ୨୯/୮: ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ଫଳରେ ବର୍ଷର ପରିମାଣ କମି ଯାଇଥିଲା । ଏହାରି ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ତେଣୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁସାରେ ସେପ୍ଟେମ୍ବର ୫ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ। ପ୍ରାଥମିକ ଆକଳନରୁ ଜଣାପଡୁଛି, ବର୍ତ୍ତମାନ ଲଘୁଚାପର ପ୍ରଭାବ ପରି ସମ୍ଭାବ୍ୟ ଲଘୁଚାପ ପ୍ରଭାବ ରହିବ। ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ଭଲ ବର୍ଷା ହେବାକୁ ଥିବାବେଳେ ଓଡ଼ିଶାର ଉପକୂଳ ଓ ଦକ୍ଷିଣରେ ଅଧିକ ବର୍ଷା ହୋଇପାରେ ବୋଲି ସୂଚନା ରହିଛି ।