କିପରି କଟିବ ଆଜି ଆପଣଙ୍କ ଦିନ: ୩୦/୦୮/୨୦୨୧

ମେଷ: ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଛାତ୍ର ଛାତ୍ରୀମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ବୃଷ:ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ ।

ମିଥୁନ:ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ ।

କର୍କଟ:ଶୁଭଖବର ପାଇ ମନ ଖୁସି ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ ।

ସିଂହ:ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ ।

କନ୍ୟା:ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପରିବାରରେ ସୁଖ ଶାନ୍ତି ଫେରି ଆସିବ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ତୁଳା: ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ ।

ବିଛା:କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚ୍ଚଆଶା ସଫଳ ହେବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ ।

ଧନୁ:ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାଋକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ ।

ମକର:କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ ଓ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ ।

କୁମ୍ଭ:ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ ।

ମୀନ:ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ଅର୍ଥ ଲାଭର ସୁଯୋଗ ପାଇବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।