ରାଜଧାନୀ ଭୁବନେଶ୍ୱରରୁ ଆଜି ୬୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୬।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୯୧ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୫୮୩କୁ ବୃଦ୍ଧି ପାଇଥିବା ବେଳେ ୨୮୪୮୬ଜଣ ସୁସ୍ଥ ହୋଇଛନ୍ତି ଓ ୧୭୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୮୯୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।