ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୪/୯:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୪୦କୁ ବୃଦ୍ଧି ପାଇଛି । ଭଦ୍ରକ, କଟକ ଓ କେନ୍ଦ୍ରାପଡ଼ା,ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରୁ  ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।