ଗଣେଶ ଚତୁର୍ଥୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦/୯: ଆଜି ପବିତ୍ର ଗଣେଶ ଚତୁର୍ଥୀ। ଏହି ଅବସରରେ ଦେଶବାସୀଙ୍କୁ ଗଣେଶ ଚତୁର୍ଥୀର ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସୌଭାଗ୍ୟ ନେଇକରି ଆସୁ ବୋଲି ସେ ପ୍ରାର୍ଥନା କରିଛନ୍ତି।

ସେହିପରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣେଶଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ବୋଲି ସେ ପ୍ରାର୍ଥନା କରିଛନ୍ତି।