ରାଜ୍ୟର ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା,ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୧/୯: ରାଜ୍ୟରେ ମୌସୁମୀ ଏବେ ସକ୍ରିୟ ରହିଛି । ଏହାସହ ରାଜ୍ୟରେ ଲଘୁଚାପ କାରଣରୁ ପ୍ରବଳ ବର୍ଷା ହୋଇଛି । ଏହାରି ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହେବା ପରେ ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଅବପାତ (ଡିପ୍ରେସନ୍‌) ରୂପ ନେବାର ଆଶଙ୍କା ରହିଛି । ଏହା ପ୍ରଭାବରେ ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ବଢ଼ିଯିବ । ଆସନ୍ତା ୧୪ ତାରିଖ ଯାଏ ବର୍ଷା ଲାଗି ରହିବ । ସୋମବାର ଓ ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଜି ରାଜ୍ୟର ଅନେକ ଜାଗାରେ ବର୍ଷା ସମ୍ଭାବନା ହେବ । ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ରେ ଅଧିକାଂଶ ଅଂଚଳରେ ବର୍ଷା ସମ୍ଭାବନା ଅଛି । ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏହି ୯ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।