ନୂଆଖାଇ ଜୁହାର, ମା ସମଲେଇଙ୍କ ମନ୍ଦିରରେ ଚଳଚଞ୍ଚଳ ପରିବେଶ

ଭୁବନେଶ୍ୱର, ୧୧/୯ : ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଆଜି ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମା’ ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି ହେବା ପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନୂଆ ଖାଇବେ । ଆଜି ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ଇଷ୍ଟଦେବୀ ମା’ ସମଲେଇ ମନ୍ଦିରରେ ନବାନ୍ନ ଲାଗିହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି।

ଅନ୍ୟପଟେ ଏହି ଅବସରରେ ଟୁଇଟ କରି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ତିହାର୍ ଭିତରେବି ସଭେ କୋଭିଡ୍ ନିୟମ୍ ମାନୁନ୍। ମାଁ ସମଲେଇ ସମକୁ ସୁଖ୍ ଶାନ୍ତି ଥି ବନେ କରି ରଖିଥାଉନ୍। ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ