ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ

ନୂଆଦିଲ୍ଲୀ, ୧୩/୯: ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭୂପେନ୍ଦ୍ର ପଟେଲ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ । ଗୁଜରାଟ ଗାନ୍ଧିନଗର ସ୍ଥିତ ରାଜଭବନରେ ଏକ ସମାରୋହରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ସୂଚନା ଯୋଗ୍ୟ ଯେ ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ବିଜୟ ରୁପାଣୀ । ସେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଥିଲେ । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା ମଧ୍ୟ କରିଥିଲେ ବିଜୟ ରୁପାଣୀ । ତାଙ୍କ ଇସ୍ତଫା ପରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ପାଦ ଖାଲି ଥିଲା ।