ରାଜ୍ୟରେ ଆଜି ଆଉ ୪ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୬/୯: ରାଜ୍ୟରେ ଆଜି ଆଉ ୪ ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି। ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୧୧୮କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ କଟକରୁ ୨ ଜଣ ଥିବା ବେଳେ ଜଗତସିଂହପୁରରୁ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୧୮ ହଜାର ୨୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୦୪,୧୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ହଜାର ୯୬୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।