ରାଜ୍ୟର ୪ ଜିଲ୍ଲାରେ ବନ୍ୟା ଆଶଙ୍କା : ଏସଆରସି

ଭୁବନେଶ୍ୱର, ୧୬/୯: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । ଉପରମୁଣ୍ଡରେ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ତେଣୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ୨୮ଟି ଗେଟ ଖୋଲାଯାଇଛି । ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ଏସଆରସି ପ୍ରଦୀପ ଜେନା ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଆସନ୍ତା ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ରହିଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ପୁରୀରେ ବନ୍ୟା ଆଶଙ୍କା ରହିଥିବା କହିଛନ୍ତି ଏସଆରସି ।