କିପରି କଟିବ ଆଜି ଆପଣଙ୍କ ଦିନ: ୧୯/୦୯/୨୦୨୧

ମେଷ: ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ ।

ବୃଷ:ପୂର୍ବରୁ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଜୀବନ ସାଥୀଙ୍କ ଠାରୁ ଭଲ ସମର୍ଥନ ପାଇ ଅଧୁରା କାମଟି ସମ୍ପନ୍ନ କରିପାରିବେ । କର୍ମଜୀବୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ।

ମିଥୁନ: ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ ।

କର୍କଟ:ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । କଠିନ ପରିଶ୍ରମ କରି ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

ସିଂହ:ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କନ୍ୟା: ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।

ତୁଳା:ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ବିଛା:ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ ।

ଧନୁ:ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।

ମକର: ସାମାଜିକ ପତିଆରା ଅମଳିନ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।

କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ।

ମୀନ:ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।