ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନୋରମାଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର, ୧୯/୯: ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମଯର୍ୟାଦା ସହ ହେବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଆଜି ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ । କାଲି ଏସସିବି ମେଡିକାଲରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି ।

ଉଲ୍ଲେଖ ଯୋଗ୍ୟ ଯେ ଗତକାଲି ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।  ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଡିକାଲ ଅଣାଯାଇଥିଲା । କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଆଜି ପରଲୋକ ଘଟିଥିଲା।