ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା!

ଭୁବନେଶ୍ୱର, ୧୯/୯:ବଙ୍ଗୋପସାଗର ରେ ଏକ ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହା ଫଳରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଗାମୀ ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ୧୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର ଓ ସୁବର୍ଣ୍ଣପୁର। ସେହିପରି ଆସନ୍ତାକାଲି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୮ ଜିଲ୍ଲା ଗୁଡିକ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର।