ରାଜ୍ୟରେ ଆଜି ଆଉ ୫ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୨୧/୯: ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୧୪୬କୁ ବୃଦ୍ଧି ପାଇଛି । ୫ ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୫୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୨୧ ହଜାର ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଲକ୍ଷ ୭ ହଜାର ୬୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।