ରାଜ୍ୟରେ ଆଜି ଆଉ ୪ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୨୨/୯: ରାଜ୍ୟରେ ଆଜି ଆଉ ୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୧୫୦କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ  କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ନୟାଗଡ଼ ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୫୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୨୧ ହଜାର ୯୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଲକ୍ଷ ୦୮ ହଜାର ୨୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୫୨୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।