ରାଜ୍ୟରେ ଆଜି ଆଉ ୭ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୩/୯: ରାଜ୍ୟରେ ଆଜି ଆଉ ୭ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି । ୭ ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୬୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୨୨ ହଜାର ୫୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଲକ୍ଷ ୦୮ ହଜାର ୬୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୭୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।