ରାଜଧାନୀ ଭୁବନେଶ୍ୱରରୁ ଆଜି ୫୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦୪କୁ ବୃଦ୍ଧି ପାଇଥିବା ବେଳେ ୨୮୬୭୦ଜଣ ସୁସ୍ଥ ହୋଇଛନ୍ତି ଓ ୧୮୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୮୩୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।