ଦେଶରେ ଦିନକରେ ୩୧ ହଜାର ୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୪/୯: ଦେଶରେ ଗତ ୨୪ ଘଣ୍ଟା ଭିତରେ ୩୧ ହଜାର ୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୯୪ ହଜାର ୮୦୩ କୁ ବୃଦ୍ଧି ପାଇଛି । ସେହିପରି ଆଜି ୩୧୮ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୩୬୮ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୨୮ ଲକ୍ଷ ୪୮ ହଜାର ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୩ ଲକ୍ଷ ୦୦ ହଜାର ୧୬୨ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।