ଦେଶରେ ଦିନକରେ ୨୯,୬୧୬ ଜଣ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ,୨୫/୯: ଦେଶରେ ଗତ ୨୪ ଘଣ୍ଟା ଭିତରେ ୨୯ ହଜାର ୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୬୩ ହଜାର ୪୨୧ କୁ ବୃଦ୍ଧି ପାଇଛି । ସେହିପରି ଆଜି ୨୯୦ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୬୫୮ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୨୮ ଲକ୍ଷ ୭୬ ହଜାର ୩୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୩ ଲକ୍ଷ ୦୧ ହଜାର ୪୪୨ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।