ରାଜ୍ୟରେ ଦିନକରେ ଆଉ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୫୯ ଜଣ

ଭୁବନେଶ୍ୱର, ୨୭/୯: ରାଜ୍ୟରେ ଏବେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୮୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୦,୮୨୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୭୦୨ ଜଣ ଚିକିତ୍ସାଧୀନ ଅଛନ୍ତି।